ତିନିଦିନିଆ ଓଡିଶା ଗସ୍ତ ଶେଷ କରି ଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି  | News Room Odisha

ତିନିଦିନିଆ ଓଡିଶା ଗସ୍ତ ଶେଷ କରି ଦିଲ୍ଲୀ ଫେରିଗଲେ ରାଷ୍ଟ୍ରପତି 

ଭୁବନେଶ୍ୱର -ତିନି ଦିନିଆ ଓଡିଶା ଗସ୍ତ ଶେଷ କରି ଆଜି ଦିଲ୍ଲୀ ଫେରିଯାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବାୟୁସେନାର ସ୍ବତନ୍ତ୍ର ବିମାନରେ ସେ ନୂଆଦିଲ୍ଲୀ ପ୍ରତ୍ୟାର୍ବନ କରିଛନ୍ତି। ରାଷ୍ଟ୍ରପତିଙ୍କୁ ଭୁବନେଶ୍ବର ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହି ବିଦାୟ ଜଣାଇଥିଲେ।

ଓଡ଼ିଶା ଗସ୍ତ ବେଳେ ଭୁବନେଶ୍ୱର ଓ କଟକର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ରାଷ୍ଟ୍ରପତି ।

ଆଜି ଓଡ଼ିଶା ଗସ୍ତର ଶେଷ ଦିନରେ ରାଷ୍ଟ୍ରପତି ଭୁବନେଶ୍ବର ତମାଣ୍ଡୋର ଦଶବାଟିଆଠାରେ ବ୍ରହ୍ମାକୁମାରୀ କେନ୍ଦ୍ର ଲାଇଟ ହାଉସ କମ୍ପ୍ଲେକ୍ସର ଶିଳାନ୍ୟାସ କରିବା ସହ ଉଦବୋଧନ ଦେଇଥିଲେ।