ସ୍ୱାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ବୈଠକ | News Room Odisha

ସ୍ୱାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ବୈଠକ

ବରଗଡ଼: ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ମନୀଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଏସପି ପି. ଏସ. ମୀନା, ଅତିରିକ୍ତ ଜିଲ୍ଲାପାଳ ମିର୍ଦ୍ଧା ଟପ୍ପୋ, ଉପଜିଲ୍ଲାପାଳ ଲଲାଟ ଲୁହା, ସମସ୍ତ ବିଭାଗୀୟ ଅଧିକାରୀ, ବିଭିନ୍ନ ଶିକ୍ଷା ଅନୁଷ୍ଠାନର ଅଧ୍ୟକ୍ଷ, ଶିକ୍ଷକ ଶିକ୍ଷୟିତ୍ରୀ ଯୋଗଦେଇ ଆଲୋଚନାରେ ଅଂଶ ଗ୍ରହଣ କରିଥିଲେ। ଆଗାମୀ ସ୍ୱାଧୀନତା ଦିବସରେ କାର୍ଯ୍ୟସୂଚୀ ଅନୁଯାୟୀ ରାମଧୁନ, ପ୍ରଭାତ ଫେରି, ପରେଡ ଉତ୍ସବ, ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହେବ। ପରେଡରେ ମୋଟ ୪୩ ଗୋଟି ଦଳ ଭାଗ ନେବା ବେଳେ ପରିଚାଳନା ରିଜର୍ଭ ପୋଲିସ ପକ୍ଷରୁ କରାଯିବ।ପାଣିମୋରାର ସ୍ୱାଧୀନତା ସଂଗ୍ରାମୀମାନଙ୍କ ସ୍ମୃତିକୁ ନେଇ ବରିଷ୍ଠ ନାଗରିକ ସଙ୍ଘ ତରଫରୁ, ତଥା ବିଭିନ୍ନ ଅନୁଷ୍ଠାନର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ କରାଯିବା ନେଇ ସର୍ବସମ୍ମତିକ୍ରମେ ପ୍ରସ୍ତାବ ଗୃହୀତ ହେଲା । ସର୍ବୋପରି ଆସନ୍ତା ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳନ କରାଯିବାକୁ ନିଷ୍ପତି ନିଆଯାଇଥିଲା ।

ବୈଠକକୁ ଜିଲ୍ଲା ସୂଚନା ଲୋକ ସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ପରିଚାଳନା କରିଥିବା ବେଳେ ସମସ୍ତ ବିଭାଗର ଅଧିକାରୀ, ବିଭିନ୍ନ ଅନୁଷ୍ଠାନର ସଭାପତି, ଶିକ୍ଷକ ଶିକ୍ଷୟିତ୍ରୀ, ଗଣମାଧ୍ୟମର ପ୍ରତିନିଧି ଓ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।