ଆନ୍ତର୍ଜାତିକ ବାଘ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା | News Room Odisha

ଆନ୍ତର୍ଜାତିକ ବାଘ ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର – ପୃଥିବୀରେ ବାଘମାନେ ପରିବେଶ ସନ୍ତୁଳନ ବଜାୟ ରଖିବା ପାଇଁ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରନ୍ତି। ଜୈବ ବିବିଧତାର ସଂରକ୍ଷଣ ଓ ଜୀବଜଗତ ମଧ୍ୟରେ ସନ୍ତୁଳନ ରକ୍ଷା କରିବାରେ ବାଘମାନଙ୍କ ଭୂମିକା ବେଶ ଗୁରୁତ୍ଵପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନ୍ତର୍ଜାତିକ ବାଘ ଦିବସ ଅବସରରେ କହିଛନ୍ତି। ବାଘ ଓ ସେମାନଙ୍କ ପ୍ରାକୃତିକ ବାସସ୍ଥଳୀର ସୁରକ୍ଷା ଉପରେ ଜୋର୍ ଦେବାକୁ ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ।