ଲଘୁଚାପ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି , ଅଗଷ୍ଟ ୩ରୁ କମିବ ପରିମାଣ | News Room Odisha

ଲଘୁଚାପ ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି , ଅଗଷ୍ଟ ୩ରୁ କମିବ ପରିମାଣ

ଭୁବନେଶ୍ୱର – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଆସନ୍ତା ଅଗଷ୍ଟ ୨ ତାରିଖ ଯାଏଁ ରାଜ୍ୟରେ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅଗଷ୍ଟ ୩ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ । କିନ୍ତୁ କେତେକ ଜିଲ୍ଲାରେ ୪ ତାରିଖ ଯାଏଁ ବର୍ଷା ଲାଗି ରହିବ । ଆଜି ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କଟକ, ସୁନ୍ଦରଗଡ଼, ଝାରସୁଗୁଡା. ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।