କଲଭର୍ଟ ଭାଙ୍ଗି ୫ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର – ଆଜି ସକାଳେ ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ରେ ଏକ ନିର୍ମାଣାଧୀନ କଲଭର୍ଟ ଭାଙ୍ଗି ଯିବା ଫଳରେ ଚାରି ଜଣ ଶିଶୁଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଚାରି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏଥିସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଦୁର୍ଘଟଣା ପାଇଁ ଦାୟୀ କର୍ମଚାରୀଙ୍କ ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ଯ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Comments are closed.