ବର୍ଷା ବିତ୍ପାତ : ଆଜି ୪ଟି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ, ଲଗାଣ ବର୍ଷା ଯୋଗୁଁ ୭ ଜିଲ୍ଲାରେ ଆଜି ସ୍କୁଲ ଛୁଟି | News Room Odisha

ବର୍ଷା ବିତ୍ପାତ : ଆଜି ୪ଟି ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ, ଲଗାଣ ବର୍ଷା ଯୋଗୁଁ ୭ ଜିଲ୍ଲାରେ ଆଜି ସ୍କୁଲ ଛୁଟି

ଭୁବନେଶ୍ୱର – ବଙ୍ଗୋପ ସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତରେ ପରିଣତ ହୋଇଛି । ଏହା ବର୍ତ୍ତମାନ ଘଣ୍ଟା ପ୍ରତି ୨୫ କିଲୋମିଟର ବେଗରେ ଉତ୍ତର ଏବଂ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି । ବାଂଲାଦେଶ ଖେପୁପଡ଼ା ପାଖାପାଖି ଉପକୂଳ ଛୁଇଁବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ଉପତ୍ୟକା ଆଡ଼କୁ ଯିବ । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି ରହିଛି । ଗଭୀର ଅବପାତର ପ୍ରଭାବରେ ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼ ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଏଥିସହ ଉତ୍ତର ଓ ପଶ୍ଚିମ ଓଡ଼ିଶାର ୧୬ ଜିଲ୍ଲାକୁ ବର୍ଷା ପାଇଁ ସତର୍କ ସୂଚନା ଜାରି ହୋଇଛି । ସେପଟେ ଲଗାଣ ବର୍ଷା ଦୃଷ୍ଟିରୁ ଆଜି ୭ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। କେନ୍ଦୁଝର, ବଲାଙ୍ଗୀର, ନୂଆପଡା, କଳାହାଣ୍ଡି, ସମ୍ବଲପୁର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାରେ ସବୁ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି ।