ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ବର୍ଷା ସ୍ଥିତିର ସମୀକ୍ଷା 

ଭୁବନେଶ୍ୱର – ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସ୍ଥିତିର ସମୀକ୍ଷା କରିଛନ୍ତି। ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବୈଠକରେ ସ୍ଥିତିର ସମୀକ୍ଷା କରିଛନ୍ତି ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ। ପ୍ରଭାବିତ ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ବି ମୁକାବିଲା ପ୍ରସ୍ତୁତି ନେଇ କଥାବାର୍ତ୍ତା କରିଛନ୍ତି ପ୍ରମିଳା ମଲ୍ଲିକ।

ଏଣେ ଆସନ୍ତାକାଲି ବି ମୟୂରଭଞ୍ଜ ରେ ସବୁ ସ୍କୁଲ ବନ୍ଦ ରହିବ । ଲଗାଣ ବର୍ଷା, ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । ଅଙ୍ଗନବାଡ଼ି, ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ପାଇଁ ନିର୍ଦ୍ଦେଶ ଦିଆଯାଇଛି।

Comments are closed.