ଆଜି ବି ଅନେକ ଜିଲ୍ଲାରେ ଜାରି ରହିବ ବର୍ଷା | News Room Odisha

ଆଜି ବି ଅନେକ ଜିଲ୍ଲାରେ ଜାରି ରହିବ ବର୍ଷା

ଭୁବନେଶ୍ୱର -ଗଭୀର ଅବପାତର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ଦୁଇ ଦିନ ହେଲା ଉତ୍ତର ଓ ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷା ଜାରି ରହିଛି । ଅନେକ ସ୍ଥାନରେ ଭୀଷଣ ବର୍ଷା ହେବାରୁ ସାଧାରଣ ଜୀବନଯାତ୍ରା ପ୍ରଭାବିତ ହୋଇଛି । ଏଣେ ଆଜି ପୂର୍ବାହ୍ନ ଯାଏଁ ୧୦ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ. ଅନୁଗୁଳ, କେନ୍ଦୁଝର, ବୌଦ୍ଧ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାଛଡା ଢେଙ୍କାନାଳ, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ବାଲେଶ୍ବର, ଭଦ୍ରକ, କଟକ, ନୟାଗଡ଼, ନବରଙ୍ଗପୁର ଓ ଯାଜପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆଜି କିଛି ଜିଲ୍ଲାରେ ବର୍ଷା ପରିମାଣ କମିବ ବୋଲି ପୂର୍ବାନୁମାନ କରାଯାଇଛି ।
ବର୍ଷାକୁ ଦୃଷ୍ଟିରେ ରଖି ଆଜି ମଧ୍ୟ ସମ୍ବଲପୁର,ମୟୂରଭଞ୍ଜ ଓ ଭଦ୍ରକ ଜିଲ୍ଲାରେ ସ୍କୁଲ ଛୁଟି ରହିବ ।