ଆଜି ମଧ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷାଛୁଟି | News Room Odisha

ଆଜି ମଧ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷାଛୁଟି

ଭୁବନେଶ୍ୱର – ରାଜ୍ୟରେ ପ୍ରବଳ ବର୍ଷା ଓ ବନ୍ୟା ସ୍ଥିତିକୁ ଦେଖି ବିଭିନ୍ନ ଜିଲ୍ଲାରେ ଆଜି ବି ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି । ଆଜି ସମ୍ବଲପୁର, ଅନୁଗୁଳ, ବଲାଙ୍ଗୀର, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ରାୟଗଡ଼ା ଜିଲ୍ଲାରେ ସବୁ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି । ଯାଜପୁର ଜିଲ୍ଲାର ୪ଟି ବ୍ଲକରେ ସମସ୍ତ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି । କୋରେଇ, ଯାଜପୁର, ବିଞ୍ଝାରପୁର ଓ ଦଶରଥପୁର ବ୍ଲକରେ ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି ।