ମୁଣ୍ଡଳିରେ ଆଜି ସନ୍ଧ୍ୟା ସୁଦ୍ଧା ୯ରୁ ୯ ଲକ୍ଷ ୫୦ ହଜାର କ୍ୟୁସେକ ଜଳ ପ୍ରବାହିତ ହେବ : ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ | News Room Odisha

ମୁଣ୍ଡଳିରେ ଆଜି ସନ୍ଧ୍ୟା ସୁଦ୍ଧା ୯ରୁ ୯ ଲକ୍ଷ ୫୦ ହଜାର କ୍ୟୁସେକ ଜଳ ପ୍ରବାହିତ ହେବ : ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ

ଭୁବନେଶ୍ୱର – ଆଜି ସନ୍ଧ୍ୟା ସୁଦ୍ଧା ମୁଣ୍ଡଳିରେ ୯ରୁ ୯ ଲକ୍ଷ ୫୦ ହଜାର କ୍ୟୁସେକ୍‌ ଜଳ ପ୍ରବାହିତ ହେବ । ଏହା ପିକ୍‌ ସମୟ ହୋଇଥିବାରୁ ଆଜି ରାତି ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ଚରଣ ମହାନ୍ତି କହିଛନ୍ତି। ଆସନ୍ତାକାଲି ସକାଳେ ବନ୍ୟା ଜଳ ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ ଜିଲ୍ଲା ଛୁଇଁବ ବୋଲି ସେ କହିଛନ୍ତି।

ବର୍ତ୍ତମାନ ମୁଣ୍ଡଳିରେ ପ୍ରବାହିତ ହେଉଛି ୭ ଲକ୍ଷ ୯୮ ହଜାର କ୍ୟୁସେକ ଜଳ । ମଧ୍ୟାହ୍ନ ସୁଦ୍ଧା ୮ ଲକ୍ଷ ୫୦ ହଜାର କ୍ୟୁସେକ ଓ ସନ୍ଧ୍ୟା ସୁଦ୍ଧା ୯ରୁ ୯ ଲକ୍ଷ ୫୦ ହଜାର କ୍ୟୁସେକ ଜଳ ଅତିକ୍ରମ କରିବ । ପ୍ରଭାବିତ ଅଞ୍ଚଳ ପାଇଁ ଟିମ୍‌ ପ୍ରସ୍ତୁତ କରି ରଖାଯାଇଛି ବୋଲି କହିଲେ ସର୍ବୋଚ୍ଚ ଯନ୍ତ୍ରୀ ସୂଚନା ଦେଇଛନ୍ତି।