ଓଡ଼ିଆ ସାମ୍ବାଦିକତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ଭୁବନେଶ୍ୱର – ଆଜି ଓଡ଼ିଆ ସାମ୍ବାଦିକତା ଦିବସ । ଆଜିର ଦିନରେ ଓଡ଼ିଶାର ପ୍ରଥମ ଖବରକାଗଜ ‘ଉତ୍କଳ ଦୀପିକା’ ପ୍ରକାଶିତ ହୋଇଥିଲା। ଓଡ଼ିଆ ସାମ୍ବାଦିକତା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମାଜ ତଥା ଲୋକଙ୍କୁ ଜାଗ୍ରତ କରିବାରେ ସତ୍ୟ ଓ ନିରପେକ୍ଷ ଗଣମାଧ୍ୟମର ଭୂମିକା ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଅସହାୟ ଲୋକଙ୍କ ସ୍ୱର ସାଜିବା ସହ ଓଡ଼ିଆ ସାମ୍ବାଦିକତାକୁ ସମୃଦ୍ଧ କରିଥିବା ପ୍ରତିଟି ବ୍ୟକ୍ତିଙ୍କୁ ଏହି ଅବସରରେ ସେ ସମ୍ମାନ ଜଣାଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Comments are closed.