ଦୁଇ ଏନଏଚ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀ | News Room Odisha

ଦୁଇ ଏନଏଚ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀ

ଭୁବନେଶ୍ୱର – ଲୋକସେବା ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ୨ଟି ଏନଏଚ ପ୍ରକଳ୍ପର ଉଦଘାଟନ କରିଛନ୍ତି । ମୋଟେରରୁ ବାନେଇ ରାସ୍ତାର ସମ୍ପ୍ରସାରଣ ପ୍ରକଳ୍ପର ଶୁଭାରମ୍ଭ ସହ କାମାକ୍ଷାନଗର-ଡୁବୁରି ୪ ଥାକିଆ ରାସ୍ତାର ମିଳିତ ଭାବେ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀ।

ପୂର୍ବରୁ ଲୋକସେବା ଭବନରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରେ ରାଜ୍ୟ ସରକାରଙ୍କ ସହ ବୈଠକ କରିବେ କେନ୍ଦ୍ର ଗୃହମନ୍ତ୍ରୀ । ନକ୍ସଲ ଦମନ ଓ ବିପର୍ଯ୍ୟୟ ପରିଚାଳନା ନେଇ ରାଜ୍ୟ ସରକାରଙ୍କ ସହ ଆଲୋଚନା କରିବେ ଅମିତ ଶାହ ।