ଓଏସଏସସି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଉ ୮ ଗିରଫ | News Room Odisha

ଓଏସଏସସି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଉ ୮ ଗିରଫ

ଭୁବନେଶ୍ୱର -ଓଏସଏସସି ପ୍ରଶ୍ନପତ୍ର ଲିକ୍ ମାମଲାରେ ଆଉ ୮ ଜଣଙ୍କୁ ଗିରଫ କରାଯାଇଛି। ରାଜ୍ୟର ବିଭିନ୍ନ ଜିଲ୍ଲାରୁ ୮ ଜଣ ଦଲାଲଙ୍କୁ ବାଲେଶ୍ୱର ପୋଲିସ ଗିରଫ କରିଛି । ଏଥିସହ ଏହି ମାମଲାରେ ଏ ଯାଏଁ ୨୫ ଜଣଙ୍କୁ ଗିରଫ କରାଯାଇ ସାରିଲାଣି। ପ୍ରଶ୍ନପତ୍ର ଲିକ୍ ଘଟଣାରେ ଆହୁରି ଅଧିକ ତଦନ୍ତ ଚାଲିଥିବା ପୋଲିସ କହିଛି। ପୂର୍ବରୁ ଏହି ମାମଲାରେ ୧୭ ଜଣଙ୍କୁ ଗିରଫ କରାଯାଇଥିଲା ।

କିଛି ଦିନ ତଳେ ନିକଟରେ ଓଏସଏସସି ଜେଇ ସିଭିଲ୍ ମେନ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ବିହାରରୁ ମାଷ୍ଟରମାଇଣ୍ଡକୁ ଗିରଫ କରିଥିଲା ବାଲେଶ୍ୱର ପୋଲିସ । ତା’ ସହିତ ଅନ୍ୟ ୭ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ବିହାରରୁ ଗିରଫ କରାଯାଇଥିଲା । ଏହା ପୂର୍ବରୁ ଦୀଘାରୁ ୯ ଜଣଙ୍କୁ ପୋଲିସ ଗିରଫ କରିଥିଲା ।