ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ | News Room Odisha

ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ

ଭୁବନେଶ୍ୱର – ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨.୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୧୩.୨ ମିଲିମିଟର ତୁଳନାରେ ୮୩ ପ୍ରତିଶତ କମ୍ ରହିଛି | ଆଗାମୀ ୪ ରୁ ୫ଦିନ ରାଜ୍ୟରେ ଦୁର୍ବଳ ମୌସୁମୀ ପ୍ରବାହ ଜାରି ରହିବାର ସମ୍ଭାବନା ଥିବାରୁ ବଡ଼ ବର୍ଷାର ସମ୍ଭାବନା ନାହିଁ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

କୌଣସି ପାଣିପାଗ ପ୍ରକ୍ରିୟା ସକ୍ରିୟ ନଥିବା ତଥା ମୌସୁମୀ ନିମ୍ନଚାପ ରେଖା ତାର ସାଧାରଣ ଅବସ୍ଥାନ ଠାରୁ ଉତ୍ତରରେ ଅବସ୍ଥାନ କରୁଥିବାରୁ, ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।