ଆସନ୍ତାକାଲି ହେବ ମହାପ୍ରଭୁଙ୍କ ବନକଲାଗି ନୀତି | News Room Odisha

ଆସନ୍ତାକାଲି ହେବ ମହାପ୍ରଭୁଙ୍କ ବନକଲାଗି ନୀତି

ପୁରୀ – ଆସନ୍ତାକାଲି ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ନୀଳାଦ୍ରି ବିଜେ ପରେ ମହାପ୍ରଭୁଙ୍କ ବନକଲାଗି ନୀତି ହୋଇନାହିଁ। ଆସନ୍ତାକାଲି ଦ୍ୱିତୀୟ ଭୋଗମଣ୍ଡପ ପରେ ହେବ ବନକଲାଗି ନୀତି । ଏ ସମ୍ପର୍କରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ମହାପ୍ରଭୁଙ୍କ ବନକଲାଗି ବୁଧବାର କିମ୍ବା ଗୁରୁବାର, କେବେ ହେବ ତାକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଥିଲା । ତେବେ ପରେ ବୁଧବାର ହେବ ବୋଲି ନିଷ୍ପତ୍ତି ହୋଇଥିଲା । ସୂଚନାଯୋଗ୍ୟ ଶ୍ରୀମନ୍ଦିର ପ୍ରଶାସନ ବୁଧବାର ବନକଲାଗି ନୀତି କରିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ଗୁରୁବାର ବନକଲାଗି କରାଯିବ ବୋଲି ଦତ୍ତମହାପାତ୍ର ନିଯୋଗର ସମ୍ପାଦକ ମଦନମୋହନ ଦତ୍ତ ଜିଦ୍‌ ଧରି ବସିଥିଲେ । ଶ୍ରୀମନ୍ଦିର ସତ୍ତ୍ୱଲିପିରେ ଗୁରୁବାର ବନକଲାଗି ବା ଶ୍ରୀମୁଖ ଶିଙ୍ଗାର କରାଯିବା ବିଧି ରହିଛି ବୋଲି ସେମାନେ କହିଥିଲେ ।