ନୀଳାଦ୍ରି ବିଜେ ପରେ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ପ୍ରଥମ ବନକଲାଗି ନୀତି, ସଂଧ୍ୟା ୬ରୁ ଦର୍ଶନ ବନ୍ଦ  | News Room Odisha

ନୀଳାଦ୍ରି ବିଜେ ପରେ ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ପ୍ରଥମ ବନକଲାଗି ନୀତି, ସଂଧ୍ୟା ୬ରୁ ଦର୍ଶନ ବନ୍ଦ 

ପୁରୀ – ଆଜି ଶ୍ରୀମନ୍ଦିରରେ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ନୀଳାଦ୍ରି ବିଜେ ପରେ ଏହା ହେବ ମହାପ୍ରଭୁଙ୍କ ପ୍ରଥମ ବନକଲାଗି ନୀତି । ଦ୍ୱିତୀୟ ଭୋଗମଣ୍ଡପ ପରେ ହେବ ବନକଲାଗି ନୀତି । ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଆଜି ସଂଧ୍ୟା ୬ରୁ ରାତି ୧୧ ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ମହାପ୍ରଭୁଙ୍କ ବନକଲାଗି ବୁଧବାର କିମ୍ବା ଗୁରୁବାର, କେବେ ହେବ ତାକୁ ନେଇ ଦ୍ୱନ୍ଦ୍ୱ ଲାଗି ରହିଥିଲା । ତେବେ ପରେ ବୁଧବାର ହେବ ବୋଲି ନିଷ୍ପତ୍ତି ହୋଇଥିଲା । ସୂଚନାଯୋଗ୍ୟ, ଶ୍ରୀମନ୍ଦିର ପ୍ରଶାସନ ବୁଧବାର ବନକଲାଗି ନୀତି କରିବାକୁ ନିର୍ଦ୍ଦେଶ ଦେଇଥିବା ବେଳେ ଗୁରୁବାର ବନକଲାଗି କରାଯିବ ବୋଲି ଦତ୍ତମହାପାତ୍ର ନିଯୋଗର ସମ୍ପାଦକ ମଦନମୋହନ ଦତ୍ତ ଜିଦ୍‌ ଧରି ବସିଥିଲେ । ଶ୍ରୀମନ୍ଦିର ସତ୍ତ୍ୱଲିପିରେ ଗୁରୁବାର ବନକଲାଗି ବା ଶ୍ରୀମୁଖ ଶିଙ୍ଗାର କରାଯିବା ବିଧି ରହିଛି ବୋଲି ସେମାନେ କହିଥିଲେ ।