ଆଜି କ୍ୟାବିନେଟ ବୈଠକ, ୧୦ରୁ ଅଧିକ ପ୍ରସ୍ତାବକୁ ମଞ୍ଜୁରୀ ମିଳିବା ସମ୍ଭାବନା

ଭୁବନେଶ୍ୱର – ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ। ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିବେ । ବୈଠକରେ ୧୦ରୁ ଅଧିକ ପ୍ରସ୍ତାବକୁ ମଞ୍ଜୁରୀ ମିଳିବା ସମ୍ଭାବନା ରହିଛି। ବିଶ୍ୱସ୍ତ ସୂତ୍ରରୁ ଜଣାପଡିଛି ଯେ, ବିଭିନ୍ନ ବିଭାଗର କ୍ୟାଡର ପୁନର୍ଗଠନ ନେଇ ଆଜିର ବୈଠକରେ ନିଷ୍ପତ୍ତି ନିଆଯାଇପାରେ । କୃଷି, ମହିଳା ବିକାଶ, ଅସହାୟ ବୃଦ୍ଧ ଓ ବୃଦ୍ଧାଙ୍କ ବାବଦରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ ହେବା ସମ୍ଭାବନା ରହିଛି। ପଞ୍ଚାୟତିରାଜ, ସ୍ୱାସ୍ଥ୍ୟ, ଜଳସମ୍ପଦ ଓ ସମବାୟ ବିଭାଗର ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ମିଳିବା ସମ୍ଭାବନା ରହିଛି।

Comments are closed.