କ୍ୟାବିନେଟ ବୈଠକରେ ୧୯ଟି ପ୍ରସ୍ତାବକୁ ମଞ୍ଜୁରୀ  | News Room Odisha

କ୍ୟାବିନେଟ ବୈଠକରେ ୧୯ଟି ପ୍ରସ୍ତାବକୁ ମଞ୍ଜୁରୀ 

ଭୁବନେଶ୍ୱର – ଆଜି ବସିଥିବା କ୍ୟାବିନେଟ ବୈଠକରେ ୧୯ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିଲା କ୍ୟାବିନେଟ ବୈଠକ। ‘ନୂତନ ଉନ୍ନତ ଅଭିଳାଷ ଓଡ଼ିଶା’ ଯୋଜନାକୁ କ୍ୟାବିନେଟ ଅନୁମୋଦନ କରିଛି। ମାଣ୍ଡିଆର ପ୍ରଚାର ପ୍ରସାର ପାଇଁ ସ୍ୱତନ୍ତ୍ର ଯୋଜନା କାର୍ଯ୍ୟକାରୀ କରାଯିବ । ଏ ସଂପର୍କିତ ପ୍ରସ୍ତାବ ମଧ୍ୟ କ୍ୟାବିନେଟର ଅନୁମୋଦନ ଲାଭ କରିଛି । ଓଡ଼ିଶା ମୋବାଇଲ ଟାୱାର ଓ ଟେଲିଗ୍ରାଫ ନୀତିରେ ସଂଶୋଧନ ସଂପର୍କିତ ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ ମିଳିଛି।