ଓଡ଼ିଆ ସିଆରପିଏଫ୍ ଯବାନଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ୱର – ନକ୍ସଲ ଆକ୍ରମଣରେ ଓଡ଼ିଆ ସିଆରପିଏଫ ଯବାନ ସୁଶାନ୍ତ ଖୁଣ୍ଟିଆ ସହିଦ ହୋଇଥିବାରୁ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ମାଟି ମା’ର ସେବାରେ ତାଙ୍କର ବଳିଦାନ ସର୍ବଦା ସ୍ମରଣୀୟ ରହିବ। ବୀର ଯବାନଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

Comments are closed.