କାଲିଠାରୁ ପୁଣି ରାଜ୍ୟରେ ବର୍ଷା

ଭୁବନେଶ୍ବର – ରାଜ୍ୟରେ ଆସନ୍ତାକାଲିଠୁ ପୁଣି ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ କାଲିଠାରୁ ୧୭ ତାରିଖ ପର୍ଯ୍ୟନ୍ତ କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ଏହି ୧୨ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ୧୭ ତାରିଖରେ ପଶ୍ଚିମ ଓଡ଼ିଶାରେ ୭୦ରୁ ୧୧୦ ମିଲିମିଟର ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର ।

Comments are closed.