ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀଙ୍କୁ ସମ୍ବୋଧନ | News Room Odisha

ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହରେ ଜାତୀୟ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀଙ୍କୁ ସମ୍ବୋଧନ

ଭୁବନେଶ୍ୱର – ରାଜ୍ୟରେ ୭୭ତମ ସ୍ୱାଧୀନତା ଦିବସ ବେଶ ଧୁମଧାମରେ ପାଳନ କରାଯାଉଛି । ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ ଭୁବନେଶ୍ବରରେ ଆୟୋଜିତ ହୋଇଛି। ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ସ୍ୱାଧୀନତା ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କୁ ସମ୍ବୋଧନ କରିବା ସହ ମିଳିତ ପ୍ୟାରେଡର ଅଭିବାଦନ ଗ୍ରହଣ କରିଛନ୍ତି। ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଛନ୍ତି ଯେ, ଓଡ଼ିଶାର ବିକାଶରେ ସମସ୍ତେ ସାମିଲ ହୋଇଛନ୍ତି । ଅର୍ଥନୀତିରେ ସମୃଦ୍ଧ ହୋଇଛି ରାଜ୍ୟ। ରାଜ୍ୟକୁ ଲକ୍ଷ ଲକ୍ଷ କୋଟି ଟଙ୍କାର ପୁଞ୍ଜି ଆସୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି ଯେ, ସମସ୍ତ ପଞ୍ଚାୟତରେ ବ୍ୟାଙ୍କିଂ ସୁବିଧା ଆରମ୍ଭ ହୋଇଛି । ବିଏସ୍‌କେୱାଇ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ବଡ଼ ସହାୟକ ହୋଇଛି । ମହିଳା ଓ ଚାଷୀଙ୍କ ଉନ୍ନତି ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ ।

ଗରିବ, ଚାଷୀ, ମହିଳା, ଜନଜାତିକୁ ନେଇ ଆଗକୁ ବଢ଼ିବା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।