ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା | News Room Odisha

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର – ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଥିବା ବେଳେ ମୌସୁମୀ ନିମ୍ନ ଚାପ-ରେଖା ଆଜି ତାର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ଅବସ୍ଥାନ କରୁଛି । ଏହା ଆଜି ଉତ୍ତରପ୍ରଦେଶ ଦେଇ ପଶ୍ଚିମବଙ୍ଗର ବାଲୁରଘାଟରୁ ପୂର୍ବ ଦିଗରେ ମଣିପୁର ଯାଏଁ ଲମ୍ବିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି । ଅଗଷ୍ଟ ୧୭ ବା ୧୮ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ କାଳବୈଶାଖୀର ସମ୍ଭାବନା ରହିଛିି।