ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ନେଲା ୫ ଜୀବନ

ବାଲେଶ୍ଵର – ବାଲେଶ୍ଵର ଓ ଭଦ୍ରକ ଜିଲ୍ଲାର ବିଭିନ୍ନ ସ୍ଥାନରେ ବଜ୍ରପାତ ଘଟି ୫ ଜଣଙ୍କର ଜୀବନ ଯାଇଛି । ଏଥିରେ ୭ରୁ ଅଧିକ ଗୁରୁତର ଆହତ ହୋଇଛନ୍ତି। ବସ୍ତା ଅଞ୍ଚଳରେ ବଜ୍ରପାତରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ରୁ ଅଧିକ ଗୁରୁତର ହୋଇଛନ୍ତି। ଆହତମାନଙ୍କୁ ବସ୍ତା ମେଡିକାଲରେ ଭର୍ତ୍ତି କରାଯାଇଛି। ଚାନ୍ଦବାଲି ଅଞ୍ଚଳରେ ମଧ୍ୟ ବଜ୍ରପାତ ଘଟି ୨ ଜଣଙ୍କର ମୃତ୍ୟୁ ହୋଇଛି । ୩ରୁ ଅଧିକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଭଦ୍ରକ ମେଡିକାଲ ଭର୍ତ୍ତି କରାଯାଇଛି। ଆଜି ବାଲେଶ୍ଵର ଓ ଭଦ୍ରକ ଜିଲ୍ଲା ସମେତ ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାପବନ ହୋଇଛି।

Comments are closed.