ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ, ଆଜି ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ | News Room Odisha

ଶ୍ରୀଜିଉଙ୍କୁ ଦର୍ଶନ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ, ଆଜି ପୁରୀରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ

ପୁରୀ – ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ସୀତାରମଣଙ୍କ ସହ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପୁରୀ ବିଧାୟକ ପ୍ରମୁଖ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ୯ଟା ୧୫ରୁ ୧୦ଟା ୧୫ ମଧ୍ୟରେ ‘ମୋ ମାଟି ମୋ ଦେଶ ଅଭିଯାନରେ ପୁରୀ ପେଣ୍ଠକଟା ଠାରେ ଥିବା ସଦାଶିବ ସଂସ୍କୃତ ବିଶ୍ୱବିଦ୍ୟାଳୟ ପକ୍ଷରୁ ଆୟୋଜିତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଯୋଗଦେବେ। ଏହାପରେ କେନ୍ଦ୍ର ଅର୍ଥମନ୍ତ୍ରୀ ସ୍ୱାଧୀନତା ସଂଗ୍ରାମୀ ଜୟୀ ରାଜଗୁରୁଙ୍କ ଗାଁ ବୀରହରେକୃଷ୍ଣପୁରକୁ ଯାଇ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ।