ରାଜଗାଙ୍ଗପୁରରେ ତ୍ୱରାନ୍ୱିତ ହେବ ରେଳ ଓଭରବ୍ରିଜ ନିର୍ମାଣ କାମ, ସିଧାସଳଖ ଲୋକଙ୍କଠାରୁ କିଣାଯିବ ଜମି | News Room Odisha

ରାଜଗାଙ୍ଗପୁରରେ ତ୍ୱରାନ୍ୱିତ ହେବ ରେଳ ଓଭରବ୍ରିଜ ନିର୍ମାଣ କାମ, ସିଧାସଳଖ ଲୋକଙ୍କଠାରୁ କିଣାଯିବ ଜମି

ଭୁବନେଶ୍ୱର: ସୁନ୍ଦରଗଡ ଜିଲ୍ଲାର ରାଜଗାଙ୍ଗପୁର ଠାରେ ଏକ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ କରା ନ ଯାଇ ସିଧା ସଳଖ ଲୋକଙ୍କ ଠାରୁ ରାଜ୍ୟ ସରକାର ସିଧାସଳଖ ଜମି କିଣିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି।

ସୂଚନାଯୋଗ୍ୟ ଯେ ଗତ ମାର୍ଚ୍ଚ ମାସ ୧୧, ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ ସୁନ୍ଦରଗଡ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ସମୀକ୍ଷା କରିବା ସହିତ ଲୋକଙ୍କ ଅଭିଯୋଗ ମଧ୍ୟ ଶୁଣିଥିଲେ । ଏହି ଗସ୍ତ ସମୟରେ ଜିଲ୍ଲାର ରାଜଗାଙ୍ଗପୁର ଠାରେ ଏକ ରେଲ ଓଭରବ୍ରିଜ ନିର୍ମାଣ ପାଇଁ ଜମି ଅଧିଗ୍ରହଣ ସମସ୍ୟା ସଂପର୍କରେ ସେ ଅବଗତ ହୋଇଥିଲେ ।

ଏହା ସଂପର୍କରେ ସେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ, ଆରଓବି ପାଇଁ ଆବଶ୍ୟକ ଜମିକୁ ସିଧାସଳଖ ରାଜ୍ୟ ସରକାର କିଣିନେଇ ନିର୍ମାଣ କାମକୁ ତ୍ବରାନ୍ବିତ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଥିଲେ । ଏହି ରେଲ ଓଭରବ୍ରିଜଟି ସୁନ୍ଦରଗଡ ଜିଲ୍ଲାର ସୋନାଖାନ୍ ଓ କାଂଶବାହାଲ ଷ୍ଟେସନ ମଧ୍ୟରେ ରାଜଗାଙ୍ଗପୁର ମୌଜାରେ ନିର୍ମାଣ କରାଯିବ ।