ରାଜ୍ୟରେ ପ୍ରବଳ ବର୍ଷା, ଆଗାମୀ ୨୪ ଘଣ୍ଟା ପାଇଁ ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର – ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆଜି ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇଛି। ଆଜି ସଂଧ୍ୟା ସାଢେ ୫ଟା ସୁଦ୍ଧା ଖୋର୍ଦ୍ଧାରେ ୭୮ ମିମି, କେନ୍ଦୁଝରରେ ୬୭.୮ ମିମି, ପୁରୀରେ ୬୨.୨ ମିମି, ଭୁବନେଶ୍ବରରେ ୫୬.୨, ଟିଟିଲାଗଡ଼ରେ ୫୬.୨, ନବରଙ୍ଗପୁରରେ ୫୪ ମିମି ଓ ବାଲେଶ୍ଵରରେ ୪୧.୬ ମିମି ବର୍ଷା ରେକର୍ଡ କରାଯାଇଛି।

ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଓ ୧୯ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷିବ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ପୁରୀ, କଟକ, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁର, ନୟାଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ୱଲପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡ଼ା, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ବରଗଡ଼, ରାୟଗଡ଼ା, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.