ଲଘୁଚାପ ପ୍ରଭାବରେ ବର୍ଷା ଜାରି, ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ | News Room Odisha

ଲଘୁଚାପ ପ୍ରଭାବରେ ବର୍ଷା ଜାରି, ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର – ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଆଜି ୭ଟି ଜିଲ୍ଲାକୁ ଜାରି କରାଯାଇଛି ଅରେଞ୍ଜ ୱାର୍ଣ୍ଣିଂ । ମାଲକାନଗିରି, କୋରାପୁଟ, କନ୍ଧମାଳ, ନୂଆପଡ଼ା, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଜି ସକାଳ ୫ଟା ୩୦ ସୁଦ୍ଧା ପୁରୀରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ପୁରୀରେ ସର୍ବାଧିକ ୬୬.୨ ମିଲିମିଟର ବର୍ଷା ହୋଇଛି । ଭୁବନେଶ୍ୱରରେ ୫୭.୬ ମିମି, ବାଲେଶ୍ୱରରେ ୪୨.୬ ମିମି ଓ ଗୋପାଳପୁରରେ ୩୫.୮ ମିମି. ବର୍ଷା ହୋଇଛି। ଲଘୁଚାପ ପ୍ରଭାବରେ ଆଜି ଓ ଆସନ୍ତାକାଲି ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ଓ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।