ବାଇକକୁ ପିଟିଲା କାର୍, ସ୍ତ୍ରୀ ମୃତ, ସ୍ୱାମୀ ଓ ପୁଅ ଗୁରୁତର | News Room Odisha

ବାଇକକୁ ପିଟିଲା କାର୍, ସ୍ତ୍ରୀ ମୃତ, ସ୍ୱାମୀ ଓ ପୁଅ ଗୁରୁତର

ପାରାଦୀପ – କଟକ-ପାରାଦୀପ ରାସ୍ତାର ପଙ୍କପାଳ ନିକଟରେ ସଡକ ଦୁର୍ଘଟଣା । ଏକ ବାଇକକୁ କାର ପିଟିଲା ପରେ ଜଣଙ୍କର ମୃତ୍ୟୁ ହୋଇଛି । ଦୁର୍ଘଟଣାରେ ଆହତ ସମସ୍ତଙ୍କୁ ହସପିଟାଲ ନେବା ବେଳେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଯାଇଛି । ସ୍ୱାମୀ ଓ ପୁଅ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଛନ୍ତି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକ କରିଥିଲେ । ପୋଲିସ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା ପରେ ରାସ୍ତାରୋକ ହଟିଥିଲା ।