ଆସନ୍ତା ୨୪ ଘଣ୍ଟାରେ କାଳବୈଶାଖୀ ଝଡ ବର୍ଷା, ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ 

ଭୁବନେଶ୍ୱର – ରାଜ୍ୟରେ ମୌସୁମୀ ପ୍ରବାହ ବର୍ତ୍ତମାନ ଦୁର୍ବଳ ସ୍ଥିତିରେ ରହିଛି। ତେଣୁ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନଥିଲେ ମଧ୍ୟ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ପଶ୍ଚିିମ ଓଡ଼ିଶାର ୧୮ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ନେଇ ସତର୍କ ସୂଚନା ଜାରି କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୨ ଅଗଷ୍ଟ, ମଙ୍ଗଳବାର ଅପରାହ୍ନ ସୁଦ୍ଧା ରାଜ୍ୟର ୧୮ଟି ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଓ କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଜନିତ ଝଡ଼ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ରାଜ୍ୟରେ ଅଗଷ୍ଟ ୨୩ -୨୪ ତାରିଖଠାରୁ ବର୍ଷାର ପରିମାଣ ବଢ଼ିବ । ୨୫ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି।

Comments are closed.