ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଅସୁସ୍ଥ ପ୍ରଣବଙ୍କୁ ଭେଟିଲେ ସରକାରୀ ପ୍ରତିନିଧି ଦଳ, ଲକ୍ଷେ ଟଙ୍କା ସହାୟତା ପ୍ରଦାନ

ଭୁବନେଶ୍ୱର -ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ଦଳ ଅସୁସ୍ଥତା କାରଣରୁ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ପ୍ରସିଦ୍ଧ କଣ୍ଠଶିଳ୍ପୀ ପ୍ରଣବ କିଶୋର ପଟ୍ଟନାୟକଙ୍କୁ ସାକ୍ଷାତ କରି ତାଙ୍କ ସ୍ୱାସ୍ଥ୍ୟବସ୍ଥା ସଂପର୍କରେ ପଚାରି ବୁଝିଛନ୍ତି। ପ୍ରତିନିଧି ଦଳ ପ୍ରଣବ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାର୍ତ୍ତା ପହଞ୍ଚାଇ ଚିକିତ୍ସା ସହାୟତା ବାବଦକୁ ୧ ଲକ୍ଷ ଟଙ୍କା ଚେକ୍ ପ୍ରଦାନ କରିଛନ୍ତି।

Comments are closed.