୬୯ ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର: ପ୍ରତୀକ୍ଷା ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର

ନୂଆଦିଲ୍ଲୀ – ୬୯ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା ହୋଇଛି । ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ର ଭାବେ ‘ପ୍ରତୀକ୍ଷା’ ଜାତୀୟ ପୁରସ୍କାର ପାଇଁ ବିବେଚିତ ହୋଇଛି । ପ୍ରତୀକ୍ଷାର ନିର୍ମାତା ନିର୍ଦ୍ଦେଶକ ହେଉଛନ୍ତି ଅନୁପମ ପଟ୍ଟନାୟକ। ନିଜର ପ୍ରଥମ ନିର୍ଦ୍ଦେଶିତ ଫିଲ୍ମ ହିଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛି। ଫିଲ୍ମଟି ୨୦୨୨ ମସିହା ଡିସେମ୍ବର ୨ ତାରିଖରେ ମୁକ୍ତିଲାଭ କରିଥିଲା। ବାପା -ପୁଅ ସମ୍ପର୍କ ଉପରେ ଫିଲ୍ମ ପ୍ରତୀକ୍ଷା ଆଧାରିତ। ଏଥିରେ ମୁଖ୍ୟ ଭୂମିକାରେ ଦୀପନ୍ୱିତ ଦାସମହାପାତ୍ର, ଚୌଧୁରୀ ଜୟପ୍ରକାଶ ଦାସ, ବର୍ଷା ପଟ୍ଟନାୟକ, ସିଦ୍ଧାନ୍ତ ମହାପାତ୍ର ପ୍ରମୁଖ ଅଭିନୟ କରିଛନ୍ତି

Comments are closed.