ନୀରଜ ଚୋପ୍ରାଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ବୁଦାପେଷ୍ଟ ବିଶ୍ୱ ଆଥଲେଟିକ୍ସ ଚାମ୍ପିଅନସିପରେ ଐତିହାସିକ ସ୍ୱର୍ଣ୍ଣ ପଦକ ଜିତିଥିବା ଜାଭେଲିନ ତାରକା ନୀରଜ ଚୋପ୍ରାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଗକୁ ନୀରଜ ଚୋପ୍ରା ନିଜ କ୍ୟାରିୟରରେ ଆହୁରି ସଫଳତା ହାସଲ କରି ଦେଶକୁ ଗର୍ବିତ କରିବେ ବୋଲି ଆଶା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ଭବିଷ୍ୟତର ଟୁର୍ଣ୍ଣାମେଣ୍ଟ ପାଇଁ ସେ ନୀରଜଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

Comments are closed.