ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କବି ଜୟନ୍ତ ମହାପାତ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ | News Room Odisha

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ କବି ଜୟନ୍ତ ମହାପାତ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ – ପ୍ରଖ୍ୟାତ କବି ପଦ୍ମଶ୍ରୀ ଡକ୍ଟର ଜୟନ୍ତ ମହାପାତ୍ରଙ୍କ ଶେଷକୃତ୍ୟ କଟକର ଖାନନଗର ଶ୍ମଶାନରେ ସମ୍ପନ୍ନ ହୋଇଛି। ଖାନନଗର ଶ୍ମଶାନରେ କାଠ ଚୁଲାରେ ତାଙ୍କର ସତ୍କାର କରାଯାଇଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି। ଶେଷକୃତ୍ୟ ସମୟରେ କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, କଟକ ମହାନଗର ନିଗମର ମେୟର ସୁବାସ ସିଂହ, ସାହିତ୍ୟିକ ଅମରେଶ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, କଟକ ବଡ଼ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ରାତି ୯ଟାରେ କବି ଜୟନ୍ତ ମହାପାତ୍ରଙ୍କର ପରଲୋକ ହୋଇଯାଇଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। କିଛି ଦିନ ହେଲା ଅସୁସ୍ଥ ଥିଲେ।