ସ୍ୱାଧୀନତା ସଂଗ୍ରାମୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆଜି ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିନାୟକ ଆଚାର୍ଯ୍ୟଙ୍କ ଜୟନ୍ତୀ । ଏହି ଅବସରରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସୁସ୍ଥ ସମାଜ ଗଠନ ସହ ଶିକ୍ଷକ, ରାଜନେତା ଏବଂ ସ୍ବାଧୀନତା ସଂଗ୍ରାମୀ ଭାବେ ବିନାୟକ ଆଚାର୍ଯ୍ୟଙ୍କ ଅବଦାନ ଅତୁଳନୀୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଜନ କଲ୍ୟାଣ କ୍ଷେତ୍ରରେ ତାଙ୍କ ଜୀବନବ୍ୟାପୀ ଉଦ୍ୟମ ସର୍ବଦା ପ୍ରେରଣାଦାୟୀ ବୋଲି ଶ୍ରଦ୍ଧାଞ୍ଜଳି ଜଣାଇ ନବୀନ କହିଛନ୍ତି।

Comments are closed.