ରାଜ୍ୟରେ ୨ ତାରିଖରୁ ପୁଣି ବର୍ଷା ସମ୍ଭାବନା | News Room Odisha

ରାଜ୍ୟରେ ୨ ତାରିଖରୁ ପୁଣି ବର୍ଷା ସମ୍ଭାବନା

ଭୁବନେଶ୍ୱର – ମୌସୁମୀ ଦୁର୍ବଳ ଯୋଗୁଁ ରାଜ୍ୟରେ ଆଉ ବର୍ଷା ନାହିଁ । ହୋଇଯାଇଛି। ଗତ କିଛି ଦିନ ହେବ, ଖରା ସାଙ୍ଗକୁ ତାପମାତ୍ରା ବଢ଼ିଛି। ତେବେ, ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି, ଯାହାର ପ୍ରଭାବରେ ଆସନ୍ତାମାସ ୨ ତାରିଖରୁ ରାଜ୍ୟର କିଛି ଅଞ୍ଚଳରେ ଭାରି ବର୍ଷା ସମ୍ଭାବନା ରହିଛି। ୩ ଓ ୪ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

୨ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ସମ୍ୱଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ୩ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ନୟାଗଡ଼, ଗଞ୍ଜାମ, କଳାହାଣ୍ଡି, ରାୟଗଡ଼ା ଓ ଗଜପତି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେହିପରି ମାଲକାନଗିରି, କୋରାପୁଟ, ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ୪ ତାରିଖରେ ସୁନ୍ଦରଗଡ଼, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର, ବୌଦ୍ଧ, ନୟାଗଡ଼, ପୁରୀ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ନବରଙ୍ଗପୁର, ବଲାଙ୍ଗିର, କଳାହାଣ୍ଡି, ଖୋର୍ଦ୍ଧା, ଢେଙ୍କାନାଳ, ଅନୁଗୋଳ, କେନ୍ଦୁଝର, ମୟୂଭରଭଞ୍ଜ ଓ ବାଲେଶ୍ୱର ଜିଲ୍ଲା କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।