ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ଓଡ଼ିଶାର ଚାରିଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା | News Room Odisha

ଜାତୀୟ ଶିକ୍ଷକ ପୁରସ୍କାର ପାଇଁ ମନୋନୀତ ଓଡ଼ିଶାର ଚାରିଜଣଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର – ଶିକ୍ଷାଦାନ କ୍ଷେତ୍ରରେ ଉତ୍କୃଷ୍ଟ କାର୍ଯ୍ୟ ପାଇଁ ଓଡିଶାର ଚାରି ଜଣ ରାଷ୍ଟ୍ରପତିଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ ହେବାକୁ ଯାଉଛନ୍ତି । ଓଡ଼ିଶାର ଶଶି ଶେଖର କରଶର୍ମା, ସୁଭାଷ ଚନ୍ଦ୍ର ରାଉତ, ରବି ନାରାୟଣ ସାହୁ ଏବଂ ସୁନିତା ସିଂହଙ୍କୁ ମିଳିବ ଜାତୀୟ ଶିକ୍ଷକ ପୁରସ୍କାର। ଏମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନ୍ତରିକ ଶୁଭେଚ୍ଛା ଜଣାଇଛନ୍ତି । ଆପଣମାନଙ୍କ କାର୍ଯ୍ୟ ସମସ୍ତଙ୍କ ପାଇଁ ପ୍ରେରଣାର ଉତ୍ସ। ଏହା ସମସ୍ତଙ୍କୁ ଅନୁପ୍ରାଣିତ କରିବା ସହ ଓଡ଼ିଶାର ଶିକ୍ଷା କ୍ଷେତ୍ରକୁ ଆହୁରି ସମୃଦ୍ଧ କରିବାରେ ସହାୟକ ହେଉ ବୋଲି ଶୁଭେଚ୍ଛା ଜଣାଇ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।