ସୂର୍ଯ୍ୟ ପାତ୍ରଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ଓ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିବଂଗତ ନେତାଙ୍କ ନୟାପଲ୍ଲୀ ସ୍ଥିତ ବାସଭବନକୁ ଯାଇ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଆଜି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପାର୍ଥିବ ଶରୀରକୁ ବିଜେଡି ମୁଖ୍ୟାଳୟ ଶଙ୍ଖ ଭବନ ନିଆଯିବ । ପରେ ବିଧାନସଭା ପରିସରରେ ଗାର୍ଡ ଅଫ୍ ଅନର ଦିଆଗଲା ପରେ ଦିଗପହଣ୍ଡି ନିଆଯାଇ ଅନ୍ତିମ ସଂସ୍କାର କରାଯିବ ।

Comments are closed.