ଭୁବନେଶ୍ବର – ଘନୀଭୂତ ହେବାରେ ଲାଗିଛି ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଚାରେ ଏହା ଲଘୁଚାପର ରୂପ ନେଇପାରେ । ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ । ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ କୋରାପୁଟ, କଳାହାଣ୍ଡି, ମାଲକାନଗିରି ଏବଂ ନବରଙ୍ଗପୁର ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ଏସବୁ ଜିଲ୍ଲାରେ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବ। ଆସନ୍ତାକାଲି ୧୧ ଜିଲ୍ଲା, ୬ରେ ୧୩ଜିଲ୍ଲା ଏବଂ ୭ରେ ୧୬ଟି ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି। । ବର୍ଷା ସମୟରେ ବଜ୍ରପାତ ବେଶୀ ହେବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ସମୟରେ ଘରୁ ନବାହରିବାକୁ ପରାମର୍ଶ ଦିଆଯାଇଛି । ଆସନ୍ତା ୧୧ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ ବୋଲି ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ।
ଜୁନ ୧ ତାରିଖରୁ ଏପର୍ଯ୍ୟନ୍ତ ରାଜ୍ୟରେ ସ୍ବାଭାବିକଠାରୁ ୧୫ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ୧୮ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ହୋଇଥିବା ବେଳେ ୧୧ଟି ଜିଲ୍ଲାରେ ନିଅଣ୍ଟିଆ ଓ ଗୋଟିଏ ଜିଲ୍ଲାରେ ସ୍ୱାଭାବିକଠୁ ଅଧିକ ବର୍ଷା ହୋଇଛି।
Comments are closed.