ମହେନ୍ଦ୍ର ବଢେଇଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ

ଭୁବନେଶ୍ୱର – ଓଡ଼ିଶା ପଣ୍ୟାଗାର ନିଗମ ଅଧ୍ୟକ୍ଷ ତଥା ବିଜୁ ଜନତା ଦଳର ନେତା ମହେନ୍ଦ୍ର ବଢେଇଙ୍କ ପରଲୋକରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ଶୋକବାର୍ତ୍ତାରେ କହିଛନ୍ତି ଯେ, ଜନସେବାରେ ମହେନ୍ଦ୍ର ବଢେଇଙ୍କ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଗତକାଲି ମହେନ୍ଦ୍ର ବଢେଇଙ୍କ ପରଲୋକ ହୋଇଯାଇଥିଲା ।

Comments are closed.