ଘୂର୍ଣ୍ଣିବଳୟ ପ୍ରଭାବରେ ଆଗକୁ ରାଜ୍ୟରେ ବଡ଼ ବର୍ଷା ସମ୍ଭାବନା | News Room Odisha

ଘୂର୍ଣ୍ଣିବଳୟ ପ୍ରଭାବରେ ଆଗକୁ ରାଜ୍ୟରେ ବଡ଼ ବର୍ଷା ସମ୍ଭାବନା

ଭୁବନେଶ୍ୱର – ରାଜ୍ୟରେ ଆଗକୁ ବଡ଼ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୧୨ ତାରିଖ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି। ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ ଆଜି ପାଗ ମୁଖ୍ୟତଃ ଶୁଖିଲା ରହିବ । ଆସନ୍ତାକାଲି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ୧୨ ତାରିଖରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ମଧ୍ୟ ହୋଇପାରେ । ୧୩ ତାରିଖରେ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସେ ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।