ଆସନ୍ତା ୪୮ ଘଣ୍ଟାରେ ବଙ୍ଗୋପ ସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା

ଭୁବନେଶ୍ୱର – ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି। ବର୍ତ୍ତମାନ ବଙ୍ଗୋପ ସାଗର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ୩.୧ ରୁ ୭.୬ କିମି ମଧ୍ୟରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହାସହ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ୧୧ଟି ଜିଲ୍ଲାରେ ବର୍ଷା ଆକଳନ କରାଯାଇଛି। ଗଞ୍ଜାମ, ଗଜପତି, କୋରାପୁଟ, ରାୟଗଡା, ମାଲକାନଗିରି, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ,ବରଗଡ ଜିଲାରେ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

Comments are closed.