ବଙ୍ଗୋପ ସାଗରରେ ସୃଷ୍ଟି ହେଲା ଲଘୁଚାପ, ଚାରି ଦିନ ପ୍ରବଳ ବର୍ଷିବା ସମ୍ଭାବନା 

ଭୁବନେଶ୍ୱର – ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ସକ୍ରିୟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ଲଘୁଚାପ ପ୍ରଭାବରେ ରାଜ୍ୟରେ ଚାରି ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି। କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ ଅତି ଭୀଷଣ ବର୍ଷାର ମଧ୍ୟ ଚେତାବନୀ ଦେଇଛି ପାଣିପାଗ ବିଭାଗ।

ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର କଟକ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ବୌଦ୍ଧ, ସୋନପୁର, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ( ୭ରୁ ୨୦ ସେମି ) ଓ ଅତି ଭୀଷଣ ବର୍ଷା ( ୨୦ ସେମି ) ହେବା ନେଇ ଚେତାବନୀ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାଛଡା ଯାଜପୁର, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ,ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା , ବଲାଙ୍ଗୀର, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

Comments are closed.