ସୂର୍ଯ୍ୟନାରାୟଣ ପାତ୍ରଙ୍କ ଦ୍ୱାଦଶାହରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ  | News Room Odisha

ସୂର୍ଯ୍ୟନାରାୟଣ ପାତ୍ରଙ୍କ ଦ୍ୱାଦଶାହରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି ଅର୍ପଣ 

ଭୁବନେଶ୍ୱର – ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ସୂର୍ଯ୍ୟନାରାୟଣ ପାତ୍ରଙ୍କ ଦ୍ବାଦଶାହ ସଭାରେ ଯୋଗ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିବଂଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କୁ ଭେଟି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଜନ ପ୍ରତିନିଧି ଏବଂ ବିଧାନସଭାର ବାଚସ୍ପତି ଭାବେ ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ ସୂର୍ଯ୍ୟନାରାୟଣ ପାତ୍ର ସର୍ବଦା ସ୍ମରଣୀୟ ରହିବେ ।ବିଜୁ ଜନତା ଦଳରେ ତାଙ୍କର ସ୍ଥାନ ସର୍ବଦା ଅପୂରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।