ହୀରାକୁଦ ଜଳଭଣ୍ଡାରର ଆଉ ୬ଟି ଗେଟ୍ ଖୋଲିଲା | News Room Odisha

ହୀରାକୁଦ ଜଳଭଣ୍ଡାରର ଆଉ ୬ଟି ଗେଟ୍ ଖୋଲିଲା

ସମ୍ବଲପୁର – ହୀରାକୁଦ ଜଳଭଣ୍ଡାରର ଆଉ ୬ଟି ଗେଟ୍ ଖୋଲାଯାଇଛି । ଏ ଯାଏଁ ବାମପାର୍ଶ୍ୱର ୧୩ ଓ ଡାହାଣ ପାର୍ଶ୍ଵର ୭ଟି ଗେଟ୍ ଖୋଲାଯାଇଛି। ମୋଟ ୨୦ଟି ଗେଟ୍ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ କରାଯାଉଛି। ମହାନଦୀର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ତେଣୁ ଜଳଭଣ୍ଡାରର ଜଳ ନିୟନ୍ତ୍ରଣ ପାଇଁ କର୍ତ୍ତୃପକ୍ଷ ଅଧିକ ଗେଟ୍ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଗତ ୧୩ ତାରିଖରେ ୬ଟି ଓ ଗତକାଲି ୮ଟି ଗେଟ୍ ଖୋଲାଯାଇଥିଲା ।