କ୍ୟାବିନେଟ ବୈଠକରେ ୧୯ଟି ପ୍ରସ୍ତାବକୁ ମଞ୍ଜୁରୀ | News Room Odisha

କ୍ୟାବିନେଟ ବୈଠକରେ ୧୯ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ୧୯ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ବୈଠକରେ ମଲ୍ଟି -ମୋଡାଲ୍ ଇନିସିଏଟିଭ୍ ବା ଲାକମୀ ଯୋଜନାକୁ ଅନୁମୋଦନ ଦିଆଯାଇଛି। ଏହି ଯୋଜନା କାର୍ଯ୍ୟକାରୀ ହେଲେ ଗ୍ରାମ ପଞ୍ଚାୟତ ସ୍ତରରୁ ରାଜ୍ୟ ରାଜଧାନୀ ଯାଏଁ ଲୋକଙ୍କୁ ନିରନ୍ତର ଓ ସୁଲଭ ପରିବହନ ସେବା ମିଳିପାରିବ ।

କ୍ୟାବିନେଟ ବୈଠକରେ ଖରିଫ ଋତୁ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ କରଯାଇଛି। ୨୦୨୩-୨୪ରେ ୭୯ ଲକ୍ଷ ମେଟ୍ରିକ ଟନ୍‌ ଧାନ ସଂଗ୍ରହ ପାଇଁ ଲକ୍ଷ୍ୟ ରଖାଯାଇଛି । ୭୯ ଲକ୍ଷ ମେଟ୍ରିକ ଟନ୍‌ ଧାନ ଓ ୫୪ ଲକ୍ଷ ମେଟ୍ରିକ ଟନ୍‌ ଚାଉଳ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ଧାର୍ଯ୍ୟ ଲକ୍ଷ୍ୟଠାରୁ ଅଧିକ ଧାନ ମଣ୍ଡିକୁ ଆସିଲେ ବି ସରକାର କ୍ରୟ କରିବେ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି।

ରାଜ୍ୟ ପୂର୍ତ୍ତ ଓ ଆର୍‌ଡି ବିଭାଗ ଅଧୀନରେ ଥିବା ସବୁ ଟୋଲ୍‌ ଗେଟ୍‌ ଉଚ୍ଛେଦ କରିବାକୁ ନିଷ୍ପତ୍ତି ନିଆଯାଇଛି। ସେତୁ ଓ ନିର୍ମାଣ ନିଗମ ଦ୍ବାରା ପରିଚାଳିତ ସମସ୍ତ ୩୫ ଟୋଲ୍‌ ଗେଟ୍‌ ଉଠିଯିବ । ସମସ୍ତ ୩୫ ଟୋଲ୍‌ ଗେଟ୍‌ ଉଚ୍ଛେଦକୁ ରାଜ୍ୟ କ୍ୟାବିନେଟ ମଂଜୁରୀ ଦେଇଛି।