ଦୁଇଦିନ ଶୁଖିଲା ରହିବ ପାଗ, ୧୮ରୁ ପୁଣି ବର୍ଷା ସମ୍ଭାବନା  | News Room Odisha

ଦୁଇଦିନ ଶୁଖିଲା ରହିବ ପାଗ, ୧୮ରୁ ପୁଣି ବର୍ଷା ସମ୍ଭାବନା 

ଭୁବନେଶ୍ୱର – ଗତ ଦୁଇ ତିନି ଦିନର ଲଘୁଚାପ ଜନିତ ବର୍ଷା ଜମିଛି ।ଆସନ୍ତା ଦୁଇଦିନ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । ତେବେ ୧୮ ତାରିଖ ଠାରୁ ପୁଣି ରାଜ୍ୟରେ ବର୍ଷା ପରିମାଣ ବଢିବା ସମ୍ଭାବନା ରହିଛି। ବଙ୍ଗୋପ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ଥିବାରୁ ଏହାର ପ୍ରଭାବରେ ଉତ୍ତର ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏଥିପାଇଁ ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ୧୯ ତାରିଖରେ ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।