ପବିତ୍ର ବିଶ୍ୱକର୍ମା ପୂଜା ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ | News Room Odisha

ପବିତ୍ର ବିଶ୍ୱକର୍ମା ପୂଜା ଅବସରରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଆଜି ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ପୂଜା ଉତ୍ସବ । ପବିତ୍ର ବିଶ୍ୱକର୍ମା ପୂଜା ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଭୁ ବିଶ୍ୱକର୍ମାଙ୍କ ଆଶୀର୍ବାଦରୁ କାରିଗରୀ ଜ୍ଞାନକୌଶଳ କ୍ଷେତ୍ରରେ ଆହୁରି ସମୃଦ୍ଧି ଆସିବା ସହ ସମସ୍ତଙ୍କ ଜୀବନ ସୁଖ ଓ ଶାନ୍ତିରେ ପରିପୂର୍ଣ୍ଣ ହେଉ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।