ଦିଲ୍ଲୀରେ ବଡ଼ ଭଉଣୀ ଗୀତାଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ  | News Room Odisha

ଦିଲ୍ଲୀରେ ବଡ଼ ଭଉଣୀ ଗୀତାଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ 

ନୂଆଦିଲ୍ଲୀ – ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଦିଲ୍ଲୀ ପହଞ୍ଚି ଗୀତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ସ‌ହ ଶେଷ ଦର୍ଶନ କରିଛନ୍ତି।‌ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକରେ ଗଭୀର ମର୍ମାହତ ଥିବା ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ଗତକାଲି ୮୦ ବର୍ଷ ବୟସରେ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଯାଇଥିଲା । ଗୀତା ଥିଲେ ଜଣେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ଲେଖିକା, ଡକ୍ୟୁମେଣ୍ଟାରୀ ଫିଲ୍ମ ନିର୍ମାତ୍ରୀ ଓ ସାମ୍ବାଦିକା । ୨୦୧୯ରେ ସେ ସ୍ୱାମୀ ସୋନି ମେହେଟ୍ଟାଙ୍କୁ ହରାଇଥିଲେ । ଆଜି ସକାଳୁ ଗୀତାଙ୍କ ଶେଷ ଦର୍ଶନ କରିବାକୁ ଦିଲ୍ଲୀ ଅଭିମୁଖେ ବାହାରିଥିଲେ ମୁଖ୍ୟମନ୍ତ୍ରୀ। ନବୀନ ନିବାସରୁ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବା ପରେ ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଯାଇଥିଲେ। ସେଠାରୁ ଗୀତାଙ୍କ ବାସଭବନରେ ପହଞ୍ଚି ଭଉଣୀଙ୍କ ଶେଷ ଦର୍ଶନ କରିଛନ୍ତି। ଆସନ୍ତାକାଲି ଗୀତାଙ୍କ ଅନ୍ତିମ ସଂସ୍କାର କରାଯିବ ବୋଲି ସୂଚନା ମିଳିଛି।