ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ୍ ଟାଇଫସ ପଜିଟିଭଙ୍କ ସଂଖ୍ୟା ୧୮୦କୁ ବୃଦ୍ଧି | News Room Odisha

ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ୍ ଟାଇଫସ ପଜିଟିଭଙ୍କ ସଂଖ୍ୟା ୧୮୦କୁ ବୃଦ୍ଧି

ସୁନ୍ଦରଗଡ଼ – ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୧୧ ଜଣ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିସହିତ ଜିଲ୍ଲାରେ ଏ ପର୍ଯ୍ୟନ୍ତ ସ୍କ୍ରବ ଟାଇଫସ ପଜିଟିଭଙ୍କ ସଂଖ୍ୟା ୧୮୦କୁ ବୃଦ୍ଧି ପାଇଛି। ସୁନ୍ଦରଗଡ଼ ଜିଲ୍ଲା ମୁଖ୍ୟ ଚକିତ୍ସା ଅଧିକାରୀ ଡାକ୍ତର କାହ୍ନୁଚରଣ ନାୟକ ଏହି ସୂଚନା ଦେଇଛନ୍ତି। ୧୮୦ ସଂକ୍ରମିତଙ୍କ ମଧ୍ୟରୁ ୧୦ ଜଣ ଅନ୍ୟ ରାଜ୍ୟର ହୋଇଥିବା ବେଳେ ୯ ଜଣ ଅନ୍ୟ ଜିଲ୍ଲାର ବାସିନ୍ଦା। ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନ କରାଇବା ପାଇଁ ବିଭିନ୍ନ ପଦକ୍ଷେପ ନିଅ।ଯାଉଥିବା ନେଇ ସିଡିଏମଓ ସୂଚନା ଦେଇଛନ୍ତି।