ଫୁଟବଲ ମ୍ୟାଚ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ | News Room Odisha

ଫୁଟବଲ ମ୍ୟାଚ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

ରାଉରକେଲା – ଆକାଶରୁ ଖସିଲା ମୃତ୍ୟୁ। ସୁନ୍ଦରଗଡ଼ ଜିଲ୍ଲା ବ୍ରାହ୍ମଣୀତରଙ୍ଗ ଥାନା ବୀରୁଆଲ ଗାଁରେ ବଜ୍ରପାତ ଘଟି ୩ ଜଣଙ୍କ ମୃତ୍ୟୁ ହୋଇଛି । ଏକ ଫୁଟବଲ ମ୍ୟାଚ ଚାଲିଥିବା ବେଳେ ବଜ୍ରପାତ ଘଟିଥିଲା । ଖେଳ ଦେଖୁଥିବା ଦର୍ଶକଙ୍କ ମଧ୍ୟରୁ ତିନି ଜଣଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ସେମାନଙ୍କୁ ରାଉରକେଲା ମେଡିକାଲରେ ଭର୍ତ୍ତି କରାଯାଇଛି ।